Skip to content
CLYVNIQWalk Through the Bible

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 125

1ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। 2ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। 3କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। 4ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। 5ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · License