Skip to content
CLYVNIQWalk Through the Bible

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 136

1ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 2ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 3ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 4ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 5ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। 6ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 7ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 8ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 9ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 10ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 11ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 12ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 13ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 14ତହିଁ ମଧ୍ୟଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 15ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 16ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 17ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 18ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 19ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 20ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 21ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 22ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 23ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 24ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 25ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 26ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · License