ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 43
1ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର। 2କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି? 3ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ। 4ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି। 5ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · License