Skip to content
CLYVNIQWalk Through the Bible

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 8

1ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। 2ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ। 3ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) 4ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ? 5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। 6ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ; 7ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ; 8ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ। 9ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · License