Ir al contenido
CLYVNIQRecorre la Biblia

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 87

1ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ। 2ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି। 3ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। [ସେଲା] 4ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।” 5ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ। 6ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। [ସେଲା] 7ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · Licencia