मुख्य सामग्री पर जाएँ
CLYVNIQबाइबल की यात्रा करें

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 121

1ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ? 2ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ। 3ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ। 4ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ। 5ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା। 6ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ। 7ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ। 8ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · लाइसेंस