मुख्य सामग्री पर जाएँ
CLYVNIQबाइबल की यात्रा करें

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 76

1ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ। 2ମଧ୍ୟ ଶାଲେମ୍‍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ। 3ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। [ସେଲା] 4ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ। 5ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ। 6ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି। 7ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ? 8ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ 9ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। [ସେଲା] 10ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ। 11ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ। 12ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · लाइसेंस