मुख्य सामग्री पर जाएँ
CLYVNIQबाइबल की यात्रा करें

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 85

1ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ। 2ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। [ସେଲା] 3ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ। 4ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର। 5ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ? 6ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ? 7ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର। 8ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। 9ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। 10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। 11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। 12ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। 13ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · लाइसेंस