मुख्य सामग्री पर जाएँ
CLYVNIQबाइबल की यात्रा करें

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 88

1ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି; 2ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୂକ୍ତିରେ କର୍ଣ୍ଣପାତ କର; 3କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି। 4ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ। 5ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି। 6ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ। 7ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। [ସେଲା] 8ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼ ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ। 9କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି। 10ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? [ସେଲା] 11କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ? 12ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ? 13ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ। 14ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼ ଠାରୁ ଆପଣା ମୁଖ ଲୁଚାଉଅଛ? 15ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି। 16ତୁମ୍ଭ ପ୍ରଚଣ୍ଡ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି। 17ତାହାସବୁ ସାରାଦିନ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ। 18ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋʼ ଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · लाइसेंस