ମୁଖ୍ୟ ବିଷୟବସ୍ତୁକୁ ଯାଆନ୍ତୁ
CLYVNIQବାଇବଲର ଯାତ୍ରା କରନ୍ତୁ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଯିଶାଇୟ 12

1ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୋ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।” 2ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।” 3ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ। 4ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର। 5ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ। 6ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · ଲାଇସେନ୍ସ