ମୁଖ୍ୟ ବିଷୟବସ୍ତୁକୁ ଯାଆନ୍ତୁ
CLYVNIQବାଇବଲର ଯାତ୍ରା କରନ୍ତୁ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଆୟୁବ 25

1ଏଥିରେ ଶୂହୀୟ ବିଲ୍‍ଦଦ୍‍ ଉତ୍ତର କରି କହିଲା, 2“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି। 3ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ? 4ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ? 5ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହନ୍ତି; 6ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · ଲାଇସେନ୍ସ