ମୁଖ୍ୟ ବିଷୟବସ୍ତୁକୁ ଯାଆନ୍ତୁ
CLYVNIQବାଇବଲର ଯାତ୍ରା କରନ୍ତୁ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 1

1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। 3ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ। 4ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। 5ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ। 6କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · ଲାଇସେନ୍ସ