ମୁଖ୍ୟ ବିଷୟବସ୍ତୁକୁ ଯାଆନ୍ତୁ
CLYVNIQବାଇବଲର ଯାତ୍ରା କରନ୍ତୁ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 24

1ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। 2କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି। 3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ? 4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। 5ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। 6ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା] 7ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। 8ଗୌରବମୟ ରାଜା କିଏ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ। 9ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ। 10ଏହି ଗୌରବମୟ ରାଜା କିଏ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। [ସେଲା]

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · ଲାଇସେନ୍ସ