Pular para o conteúdo
CLYVNIQPercorra a Bíblia

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 123

1ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ। 2ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। 3ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ। 4ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · Licença