ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 61
1ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର। 2ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ। 3କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ। 4ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି। 5କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ। 6ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ। 7ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର। 8ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · Licença