ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 93
1ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ। 2ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦିକାଳରୁ ବିଦ୍ୟମାନ। 3ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି। 4ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ। 5ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · Licença