ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 113
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର। 2ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ। 3ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ। 4ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, 5ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି, 6ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ? 7ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ, 8ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି। 9ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · 许可