跳到正文
CLYVNIQ漫步圣经

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 15

1ହେ ସଦାପ୍ରଭୋ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ? 2ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। 3ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। 4ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। 5ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · 许可