ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 4
1ହେ ମୋହର ଧର୍ମସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। 2ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ? [ସେଲା] 3ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। 4ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। [ସେଲା] 5ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର। 6ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର। 7ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ। 8ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୋ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. · 许可